କଲମପୁର/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍ (ଗଣେଶରାମ ବାଗ) : କଳାହାଣ୍ଡି ଜିଲ୍ଲା କଲମପୁର ଗୋଷ୍ଠୀ ଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱନାଥ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମଣ୍ଡଳଠାରେ ଆଜି ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ମେଳାରେ ବାଲ ବୈଜ୍ଞାନିକ, ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଓ ଇକୋ କ୍ଳବ୍, ଏହି ତିନୋଟି ବିଭାଗକୁ ନେଇଁ ସର୍ବ ମୋଟ ୧୨୭ ଗୋଟି ପ୍ରକଳ୍ପ କୁନି ବୈଜ୍ଞାନିକ ମାନଙ୍କ ଦ୍ବାରା ପ୍ରଦର୍ଶିତ ହୋଇଛି। ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମଧୁସ୍ମିତା ନାଏକଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କଲମପୁର ବିଡିଓ ବିଜୟ କୁମାର ମାଣ୍ଡାଙ୍ଗି ଉପସ୍ଥିତ ରହି ଶୁଭ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବରେ ବିଆରସିସି କୁଳମଣି ମାଝୀ, ବ୍ଲକ ଉପାଧ୍ୟକ୍ଷ ଚିନ୍ତାମଣି ବେହେରା, ଦୁର୍ଗା ମାଧବ ହାଇସ୍କୁଲ ପ୍ରଧାନ ଶିକ୍ଷକ ଆଶ୍ୱିନ କୁମାର ମୁଣ୍ଡ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସଞ୍ଜୟ ସାହୁ, ପୂର୍ବତନ ପ୍ରଧାନ ଶିକ୍ଷକ ତୃପ୍ତି ରଞ୍ଜନ ରାଉତ ପ୍ରମୁଖ ମଞ୍ଚାସିନ ଥିଲେ।

ବିଦ୍ୟାଳୟର ଛାତ୍ରୀ ମାନେ ସ୍ୱାଗତ ସଂଗୀତ ଗାନ କରିଥିବା ବେଲେ ବ୍ଲକର ସମସ୍ତ ଉଚ୍ଚବିଦ୍ୟାଳୟ ଓ ପ୍ରାଥମିକ ବିଦ୍ୟାଳୟ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିଶୁ ବୈଜ୍ଞାନିକ ମାନେ ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶନ କରିଥଲେ। ପ୍ରଥମ ପର୍ଯାୟ ବିଜ୍ଞାନ ମେଳା କାର୍ଯ୍ୟକ୍ରମରେ ଶିକ୍ଷକ ଅନିଲ କୁମାର ମାଝୀ ପରିଚାଳନା କରିଥିବା ବେଳେ ବିଇଓ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
