କଲମପୁର/କ୍ରାନ୍ତିକ୍ଷେତ୍ର ନ୍ୟୁଜ୍ (ଗଣେଶରାମ ବାଗ) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଏସଜି ଏସୱାଇ ମିଟିଙ୍ଗ ହଲ ଠାରେ ବ୍ଲକସ୍ତରୀୟ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଜନ ଶୁଣାଣି ଓ ସମାଧାନ ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏହି ଯୁଗ୍ମ ଅଭିଯୋଗ ଓ ଜନ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକୁ ବିଭାଗୀୟ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଶିବିରରେ ମୋଟ ୮୮ଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ୫୧, ସାମୁହିକ ୨୨, ଭତ୍ତା ପାଇଁ ୩ ଏବଂ ଆବାସ ଘର ପାଇଁ ୧୨ ଜଣ ଅଭିଯୋଗ କରିଥିଲେ। ୨ ଜଣ ଭିନ୍ନକ୍ଷମଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା। ଜିଲ୍ଲାପାଳଙ୍କ ସମେତ ଶିବିରରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଦୟାମୟ ପାଢ଼ୀ, ଧର୍ମଗଡ଼ ଉପ ଜିଲ୍ଲାପାଳ ପ୍ରେକ୍ଷା ଅଗ୍ରୱାଲ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ମିଆଁଲ, ଧର୍ମଗଡ଼ ଏସଡ଼ିପିଓ ଡୋଲାମଣୀ ଭୋଇ, ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ସମିତି ଉପାଧ୍ୟକ୍ଷ ଚିନ୍ତାମଣି ବେହେରା, ବିଡ଼ିଓ ବିଜୟ କୁମାର ମାଣ୍ଡାଙ୍ଗି, ତହସିଲଦାର ସ୍ମରଣିକା ତୁଳ, ବିଇଓ ମଧୁସ୍ମିତା ନାଏକ, କଲମପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ଶିବାଶିଷ ସ୍ବାଇଁ ତଥା ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ। କଲମପୁର ବ୍ଲକର ସମସ୍ତ ଅଧିକାରୀ ତଥା କର୍ମଚାରୀ ଉପସ୍ଥିତ ରହି ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିରରେ ସହଯୋଗ କରିଥିଲେ। କଲମପୁରର ଚାଷୀ ସମୂହ ମଣ୍ଡିର ବିଳମ୍ବତା, ଅନେକ ଚାଷୀଙ୍କ ଟୋକନ ଆଜି ଯାଏଁ ନଆସିବା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ କରିଥିଲେ।
